Breaking News

ଝାରସୁଗୁଡ଼ାରେ ନୂତନ ଜିଲ୍ଲାପାଳଙ୍କ ଯୋଗଦାନ ।

Date:04-09-2019



         
ଓଜସ୍ଵୀ ଝାରସୁଗୁଡ଼ା: ଝାରସୁଗୁଡ଼ାର ନୂତନ ଜିଲ୍ଲାପାଳ ଭାବରେ ସରୋଜ କୁମାର ସାମଲ ଆଜି ଯୋଗଦାନ କରିଛନ୍ତି।ଆଜି ପୂର୍ବାହ୍ନରେ ଜିଲ୍ଲା କାର୍ଯ୍ୟାଳୟଠାରେ ଦାୟିତ୍ୱ ଗ୍ରହଣ ସହ ସରକାରୀ କାର୍ଯ୍ୟରେ ସ୍ଵଚ୍ଛତା ଓ ସମାୟାନୁବର୍ତିତା ଅବଲମ୍ବନ ସକାଶେ ଉପସ୍ଥିତ ପଦାଧିକାରୀମାନଙ୍କୁ ପରାମର୍ଶ ଦେଇଥିଲେ।ବିଭିନ୍ନ ସରକାରୀ ଯୋଜନାର ସଫଳ ରୂପାୟନ ସହ ହିତାଧିକାରୀମାନଙ୍କ ନିକଟରେ ଏହାର ସୁଫଳ ପହଞ୍ଚାଇବା ଉପରେ ନୂତନ ଜିଲ୍ଲାପାଳ ଗୁରୁତ୍ବାରୋପ କରିଥିଲେ।ଏହା ପୂର୍ବରୁ ସେ ରାଜ୍ୟ ଯୋଗାଣ ନିଗମର ପରିଚାଳନା ନିର୍ଦେଶକ ଭାବରେ କାର୍ଯ୍ୟ ନିର୍ବାହ କରୁଥିଲେ।ଜିଲ୍ଲା କାର୍ଯ୍ୟାଳୟଠାରେ ଅତିରିକ୍ତ ଜିଲ୍ଲାପାଳ ପ୍ରଦୀପ କୁମାର ସାହୁ, ଜିଲ୍ଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥାର ପ୍ରକଳ୍ପ ନିର୍ଦେଶକ ତପିରାମ ମାଝୀଙ୍କ ସମେତ ଜିଲ୍ଲା ସ୍ତରୀୟ ଅଧିକାରୀମାନେ ନୂତନ ଜିଲ୍ଲାପାଳଙ୍କୁ ସ୍ୱାଗତ କରିଥିଲେ ।

Latest News