Breaking News

ଆଜିଠୁ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା

Date:21-08-2019




ଓଜସ୍ଵୀ ଭୁବନେଶ୍ୱର: ଉତ୍ତରପ୍ରଦେଶରୁ ଓଡ଼ିଶା ଦେଇ ଉତ୍ତର ତାମିଲନାଡ଼ୁ ଯାଏଁ ଟ୍ରପ ଲାଇନ ସୃଷ୍ଟି ହୋଇ ଲମ୍ବିଛି । ଏହାର ପ୍ରଭାବ ଦକ୍ଷିଣ ଆଭ୍ୟନ୍ତରୀଣ ଭାଗରେ ଅଧିକ ରହିବ । ଫଳରେ ଆସନ୍ତା ୨୪ଘଣ୍ଟାରେ ଦକ୍ଷିଣ ଆଭ୍ୟନ୍ତରୀଣ ଜିଲ୍ଲା ଗୁଡ଼ିକରେ ପ୍ରବଳ ବର୍ଷା ହେବା ସମ୍ଭାବନା ଥିବା ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି ।
ପୂର୍ବ ଉତ୍ତରପ୍ରଦେଶରୁ ଓଡ଼ିଶା ଦେଇ ଉତ୍ତର ତାମିଲନାଡ଼ୁ ଯାଏଁ ସୃଷ୍ଟି ହୋଇଥିବେ ଟ୍ରପ ଲାଇନ ପ୍ରଭାବରେ ଓଡ଼ିଶାରେ ବର୍ଷା ସମ୍ଭାବନା ରହିଛି । ୨୪ଘଣ୍ଟା ଭିତରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବା ପରେ ପ୍ରବଳ ବର୍ଷା ହେବା ସମ୍ଭାବନା ରହିଛି । ନବରଙ୍ଗପୁର , ରାୟଗଡ଼ା, କଳାହାଣ୍ଡି, ନୂଆପଡ଼ାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଏହା ସହ ୯ଟି ଜିଲ୍ଲାରେ ବର୍ଷା ସହ ବଜ୍ରପାତ ହେବା ସମ୍ଭାବନା ଥିବାରୁ ଭୁବନେଶ୍ୱରସ୍ଥିତ ଆଂଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି । ବଲାଙ୍ଗୀର, ସୋନପୁର, ବୈାଦ୍ଧ, ବାଲେଶ୍ୱର, ଭଦ୍ରକ, କେନ୍ଦୁଝର, କଟକ, ଖୋର୍ଦ୍ଧା, ଯାଜପୁର ଜିଲ୍ଲାରେ ବଜ୍ରପାତ ସମ୍ଭାବନା ରହିଛି । ଏହି ସବୁ ଜିଲ୍ଲାରେ ବଜ୍ରପାତ ସମ୍ଭାବନା ଥିବାରୁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି ।

Latest News